www.samajalive.in
Saturday, December 6, 2025
16.1 C
Bhubaneswar

କଣ୍ଟେନର ଧକ୍କାରେ ଜଣେ ମୃତ ; ଜଣେ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ନିଧିପଣ୍ଡା ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଣ୍ଟେନର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଗୁରୁତର ହୋଇଛନ୍ତି। ମୃତକ ଜଣକ ବସ୍ତା ଥାନା ଅଧିନସ୍ଥ କସିପଦା ଗ୍ରାମର ତପନ ସେଠୀ ବୋଲି ଜଣାପଡ଼ିଛି। ତପନ ତାଙ୍କ ପତ୍ନୀ ପାର୍ବତୀ ସେଠୀଙ୍କ ସହ ବାଲେଶ୍ୱର ଆସି ଘରକୁ ସ୍କୁଟି ଯୋଗେ ଫେରୁଥିଲେ। ଏହି ସମୟରେ ନିଧିପଣ୍ଡା ନିକଟରେ ଗୋଟିଏ କଣ୍ଟେନର ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ତପନଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଣ୍ଟେନର ଚାଳକକୁ ସ୍ଥାନୀୟଲୋକେ କାବୁ କରି ପୁଲିସ ଜିମା ଦେଇଛନ୍ତି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories