www.samajalive.in
Monday, December 8, 2025
24.1 C
Bhubaneswar

ରାସ୍ତାରେ ଠିଆ ହୋଇଥିବା ଇନୋଭାକୁ ଧକ୍କା ଦେଲା ବସ୍ : ୨ ମୃତ, ୨୫ ଆହତ

ବୌଦ୍ଧ : ରାସ୍ତାରେ ଠିଆ ହୋଇଥିବା ଏକ ଇନୋଭାକୁ ଏକ ଯାତ୍ରୀବାହୀ ବସ୍‌ ଧକ୍କା ଦେଇଛି। ଯାହା ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ବୌଦ୍ଧ- ଅନୁଗୁଳ ଜିଲା ସୀମାନ୍ତ କିଆକଟା ଛକରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। କିଆକଟା ଛକରେ ଠିଆ ହୋଇଥିବା ଇନୋଭାକୁ ହୀରାକୁଦରୁ ବ୍ରହ୍ମପୁର ଯାଇଥିବା ଏକ ବସ୍‌ ଧକ୍କା ଦେଇଥିଲା। ଯାହା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ଓ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ଆହତ ମାନଙ୍କୁ ଉଦ୍ଧାର କରାଯାଇ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ବୌଦ୍ଧ ମେଡିକାଲରୁ ୮ ଜଣ ଗୁରୁତରଙ୍କୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories