www.samajalive.in
Sunday, December 7, 2025
26.1 C
Bhubaneswar

ବସ-ଟ୍ରକ ଧକ୍କା ; ୪ ମୃତ , ୨୫ ଗୁରୁତର

ଇଟାବା : ଉତ୍ତରପ୍ରଦେଶର ଇଟାବା ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଉତ୍ତରପ୍ରଦେଶ ସଡକ ପରିବହନ ବସର ଟ୍ରକ ସହ ଧକ୍କା ହୋଇ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ବକେବର ଥାନା ଅନ୍ତର୍ଗତ ସିକ୍ସଲେନ ଜାତୀୟ ରାଜପଥ ବିଜୋଲୀ ଗାଁ ଠାରୁ ଏକ କିଲୋମିଟର ଦୂର କାନପୁରରୁ ଇଟାବା ମାର୍ଗରେ ଉକ୍ତ ବସର ଟ୍ରକର ଧକ୍କା ହୋଇଥିଲା। ଗୁରୁବାର ରାତି ୧ଟା୩୦ ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଟ୍ରକକୁ ଓଭରଟେକ କରିବା ସମୟରେ ବସଟି ଯିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହାସହ ବସଟି କାନପୁରରୁ ଆଗ୍ରା ଯାଉଥିଲା। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ। ପୁଲିସ କହିବା ଅନୁଯାୟୀ ବସଟି ଟ୍ରକକୁ ଓଭରଟେକ କରିବା କାରଣରୁ ଏହି ଦୁର୍ଘଟଣା ଘଟିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories