www.samajalive.in
Sunday, December 7, 2025
26.1 C
Bhubaneswar

ଗୁରୁତର ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ,୨ ମୃତ

ଯାଜପୁର : ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଯାଜପୁର ଜିଲା ପାଣିକୋଇଲି ଥାନା ୧୬ ନଂ ଜାତୀୟ ରାଜପଥର ବ୍ରଜନଗର ଠାରେ ରବିବାର ଅପରାହ୍ନରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ମୁଖ୍ୟ ଚିକିତ୍ସାଳୟରୁ ଗୁରୁତର ଅବସ୍ଥାରେ ଜଣେ ମହିଳା ରୋଗୀଙ୍କୁ କଟକ ନେଇ ଯାଉଥିବା ବେଳେ ବ୍ରଜନଗର ନିକଟରେ ସମ୍ମୁଖରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ମହିଳା ରୋଗୀଙ୍କ ସହିତ ତାଙ୍କର ଜଣେ ସଂପର୍କୀୟଙ୍କର ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ଅନ୍ୟ ଜଣେ ସଂପର୍କୀୟ ଓ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ ମୃତକଙ୍କ ସଂପୁର୍ଣ୍ଣ ଏବଂ ସଠିକ୍ ପରିଚୟ ଏ ପର୍ୟ୍ୟନ୍ତ ମିଳିପାରି ନାହିଁ ।  ରୋଗୀଙ୍କ ଘର ଭଦ୍ରକ ଜଗନ୍ନାଥପୁର ଅଞ୍ଚଳର ବୋଲି କୁହାଯାଉଛି । ବର୍ତମାନ ୧୬ ନଂ ଜାତୀୟ ରାଜପଥରେ ରାସ୍ତା ଦୋହରିକରଣ କାମ ଚାଲୁଥିବାରୁ ଏଭଳି ଦୁର୍ଘଟଣା ବାରମ୍ବାର ଘଟୁଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ କହିଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories