www.samajalive.in
Tuesday, December 9, 2025
26.1 C
Bhubaneswar

ଓଲଟିଲା ପ୍ରସେସନ୍‍ ଗାଡ଼ି : ୧ ମୃତ ୩ ଗୁରୁତର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ପାଟକୁରା ଚିତ୍ରତ୍ପୋଳା ନଦୀବନ୍ଧରେ ଶନିବାର ଭୋରୁ ଏକ ବିବାହ ପ୍ରସେସନ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତିଙ୍କ ନାଁ ଭରତ ଚନ୍ଦ୍ର ମଲ୍ଲିକ। ଗୁରୁତରମାନଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ପ୍ରସେସନ୍ ଗାଡ଼ିଟି ପାଟକୁରା ଅଞ୍ଚଳରୁ ମେହେନ୍ଦୀନଗର ଫେରୁଥିଲା। ଏହି ସମୟରେ ଭାରସାମ୍ୟ ହରାଇ ନଦୀବନ୍ଧରେ ଓଲଟି ପଡ଼ିଥିଲା। ଏଥିରେ ଏକ ବ୍ୟାଣ୍ଡପାର୍ଟିର ଲୋକ ବସିଥିଲେ। ସେମାନେ ଶୁକ୍ରବାର ରାତିରେ ପାଟକୁରା ଅଞ୍ଚଳରେ ଏକ ବାହାଘର ଶୋଭାଯାତ୍ରାରେ ସାମିଲ ହୋଇ ଫେରୁଥିଲେ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories