କଳାବାଡିଆ : ମୟୁରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି ଥାନା ଦ୍ବାରଶୁଣୀ ଘାଟିରେ ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି। ବୁଧବାର ଏକ ପିଆଜ ବୋଝେଇ ଟ୍ରକ ୮୦ ଫୁଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ଟ୍ରକ ଚାଳକଙ୍କ ମୃତ୍ୟ ହୋଇଥିବା ବେଳେ ହେଲପର ଗୁରୁତର ଆହତ ହୋଇଥିବା ଜଣାପଡିଛି। ତାଙ୍କୁ ଚିକିତ୍ସା ପାଇଁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଯୋଗ୍ୟ, ଉକ୍ତ ପିଆଜ ବୋଝେଇ ଟ୍ରକଟି ନାସିକରୁ କଲକାତା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟିରୁ ତଳକୁ ଖସି ପଡିଥିଲା। ଖବର ପାଇ ଘଟଣାସ୍ଥଳରେ ବାଙ୍ଗରିପୋଷି ପୁଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିବା ସହ ତଦନ୍ତ ଆରମ୍ଭ କରିଛନ୍ତି।
୮୦ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ ; ଚାଳକ ମୃତ
Popular Categories



