www.samajalive.in
Tuesday, December 9, 2025
17.1 C
Bhubaneswar

ଅଟୋକୁ ଧକ୍କା ଦେଇ ଓଲଟିଲା ଟ୍ରକ ୨ ମୃତ, ୬ ଗୁରୁତର

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଅଟୋକୁ ଧକ୍କା ଦେଇ ଏକ ଟ୍ରକ ଓଲଟି ପଡ଼ିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ୨ ମୃତକ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଓ ଅନ୍ୟ ଜଣେ ଅଭିଭାବକ ଥିବା ଜଣାପଡ଼ିଛି। ଅନ୍ୟ ଗୁରୁତରଙ୍କୁ ବାଙ୍ଗିରିପୋଷି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୨ ଜଣ ମୃତ୍ୟୁ ହୋଇଥିଲା।
ସୂଚନାଯୋଗ୍ୟ,  ଆଜି ସକାଳେ ମଧ୍ୟାହ୍ନ ଭୋଜନ ଚାଉଳ ଆଣିବାକୁ ବିଶୋୟୀର ଦୋପଟ୍ଟା ଗାଁରୁ ଶୁଳିଆପଦା  ଅଭିମୁଖେ ଏକ ଅଟୋରେ ୧୨ ଜଣ ଯାଉଥିଲେ।  ସେମାନଙ୍କ ମଧ୍ୟରେ ୪ ଜଣ ମହିଳା, ୪ ଜଣ ପୁରୁଷ ଓ ୪ ଜଣ ୧୦ରୁ ୧୨ ବର୍ଷ ମଧ୍ୟରେ ପିଲା ଥିଲେ। ସେମାନେ ନିଜ ଗାଁରୁ ପ୍ରାୟ ୨୦ କିଲୋମିଟର ଆସିବା ପରେ ବାଙ୍ଗିରିପୋଷି ଘାଟିରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।
ଅଟୋଟି ବାଙ୍ଗିରିପୋଷି ଘାଟିରେ ଓହ୍ଲାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ଅଟୋକୁ ପଛ ପଟୁ ଅଟୋକୁ ପିଟି ବହୁ ବାଟ ଘୋଷାରି ନେଇଥିଲା। ଏହାପରେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିବା ବେଳେ ଅଟୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଜଣେ ପିଲା ଓ ଜଣେ ପୁରୁଷ ଅଛନ୍ତି।
ଖବର ପାଇ ବାଙ୍ଗିରିପୋଷି ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ  ଅନ୍ୟ ଆହତମାନଙ୍କୁ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାର୍ଥମିକ ଚିକିତ୍ସା ପରେ ସେମାନଙ୍କୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଛି। ଦୁର୍ଘଟଣା ଘଟାଇ ଟ୍ରକ୍‌ ଚାଳକ ଓ ହେଲପର ଫେରାର ହୋଇଯାଇଥିବା ଜଣାପଡିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories