www.samajalive.in
Tuesday, December 9, 2025
17.1 C
Bhubaneswar

ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୬ ଶିଶୁଙ୍କ ସମେତ ୧୪ ମୃତ

ପ୍ରତାପଗଡ : ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପ୍ରତାପଗଡରେ ବରଯାତ୍ରୀ ଥିବା ଏକ ବୋଲେରୋ ଟ୍ରକ ସହ ଧକ୍କା ହୋଇ ଦୁର୍ଘଟଣାରେ ୬ ଶିଶୁଙ୍କ ସମେତ ୧୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଘଟଣାରେ ସ୍ଥାନୀୟଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ମୃତଦେହ ଉଦ୍ଧାର କରିଛି। ଏହି ହୃଦୟ ବିଦାରକ ଦୁର୍ଘଟଣା ଜିଲାର କୁଣ୍ଡା ଅଞ୍ଚଳରେ ଘଟିଛି।
ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗି ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ବରିଷ୍ଠ ଅଧିକାରୀଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବାକୁ ଓ ଆହତଙ୍କୁ ସମସ୍ତ ପ୍ରକାର ସାହଯ୍ୟ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ କୁଣ୍ଡା କୋତବାଲୀ ଅଞ୍ଚଳରେ ଦ୍ରୁତ ଗତିରେ ଏକ ବୋଲେରୋରେ ବରଯାତ୍ରୀମାନେ ଫେରୁଥିବା ସମୟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ବୋଲେରୋର ଅଧିକାଂଶ ଅଞ୍ଚଳ ଟ୍ରକ ମଧ୍ୟରେ ପଶି ଯାଇଥିଲା। ସେହି ସମୟରେ ହିଁ ୧୪ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ସମୟରେ ଜୋର ଶବ୍ଦରେ ସ୍ଥାନୀୟଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଖବର ପାଇ ପୁଲିସ ପହଞ୍ଚି ଟ୍ରକ ମଧ୍ୟରେ ପଶିଥିବା ବୋଲେରୋ ଅଂଶକୁ କାଟି ମୃତଦେହକୁ ଉଦ୍ଧାର କରିଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories