www.samajalive.in
Saturday, December 6, 2025
26.1 C
Bhubaneswar

ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ ;ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଭଦ୍ରକ : ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡରୀପୋଖରୀ ଅନ୍ତର୍ଗତ ନେଉଳିଆ ଛକ ନିକଟରେ ବୁଧବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତ ୫ ଜଣ ହେଲେ ନିରୋଦ କୁମାର ସାହୁ, କୃଷ୍ଣଚନ୍ଦ୍ର ବେହେରା, ସଞ୍ଜୁ ବେହେରା, କୁମୁଦିନୀ ବେହୁରିଆ, ଓ ଚତୁରୀ ବେହେରା। ସମସ୍ତ ଘର ଢେଙ୍କାନାଳ ଜିଲା ତଳବାଘଲୁଣ୍ଡା, ମଂଟୁଙ୍ଗା । ବସରେ ପ୍ରାୟ ୫୦ ଜଣ ଯାତ୍ରୀ ଥିବା ବେଳେ ୫ ଜଣ ବ୍ୟତୀତ ଅନ୍ୟମାନେ ସୁରକ୍ଷିତ ଥିବା ଜଣାପଡ଼ିଛି।
ସୂଚନା ଯୋଗ୍ୟ, ଦୁର୍ଘଟଣାଗ୍ରସ୍ତ ବସଟି ବାଲେଶ୍ୱରରୁ ଢେଙ୍କାନାଳ ଅଭିମୁଖେ ଆସୁଥିଲା। ସେହି ସମୟରେ ନେଉଳିଆ ଛକ ନିକଟରେ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିବାରୁ ଚାଳକ କୌଣସି କାରଣ ବଶତଃ ଭାରସାମ୍ୟ ହରାଇବାରୁ ରାସ୍ତା କଡ଼ରେ ଥିବା ବାଲି ଗଦାକୁ ବସଟି ଓଲଟି ପଡ଼ିଥିଲା। କୁହୁଡ଼ି କାରଣରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଖବର ପାଇ ଭଣ୍ଡାରିପୋଖରୀ ପୁଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଥିଲା।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories