www.samajalive.in
Saturday, December 6, 2025
16.1 C
Bhubaneswar

ବାଇକକୁ ଧକ୍କା ଦେଲା ଟ୍ରକ, ୩ ଯୁବକ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କୁରାଢମଲ୍ଲ ଛକରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ‌କୁ ପଛରୁ ଧକ୍କାଦେବା ଫଳରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିଚୟ ମିଳି ପାରିନାହିଁ । କିନ୍ତୁ ସେମାନଙ୍କ ଘର ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ ବୋଲି ସୂଚନା ମିଳିଛି ।

ସୂଚନା ଅନୁଯାୟୀ,ଏକ ବାଇକରେ ୩ ଜଣ ଯୁବକ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲେ। କୁରାଢମଲ୍ଲ ଛକ ନିକଟରେ ପଛରୁ ଆସୁଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲକୁ ନିଆଯାଇଥିଲା।। ଉକ୍ତ ୨ ଗୁରୁତରଙ୍କୁ ମେଡିକାଲ ନେବା ବାଟରେ ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଥିବା ବେଳେ ଟ୍ରକ ଡ୍ରାଇଭର ଦୁର୍ଘଟଣା ସ୍ଥଳରୁ ଫେରାର ହୋଇଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories