www.samajalive.in
Sunday, December 7, 2025
23.1 C
Bhubaneswar

ପୃଥକ ସଡ଼କ ଦୁର୍ଘଟଣାରେ ୧୩ ଆହତ

କେନ୍ଦୁଝର / ବାଲେଶ୍ୱର : ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି। କେନ୍ଦୁଝର ଟାଉନଥାନା ଅନ୍ତର୍ଗତ ନେଙ୍କଡ଼ା ଘର ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରକକୁ ଏକ ବସ ପଛପଟୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟି ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବସ ଚାଳକ ଓ ହେଲପରଙ୍କ ସମେତ ୬ ଜଣ ଯାତ୍ରୀ ରହିଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବଡ଼ବିଲ୍‍ ରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ବସ ଭାରସାମ୍ୟ ହରାଇ ଏକ ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଖବର ପାଇ ଟାଉନ ଥାନା ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲେ। ଏହାସହ ବସଟି ଅଧିକ କ୍ଷତିଗ୍ରସ୍ତ ହୋଇଛି ବୋଲି ସୂଚନା ମିଳିଛି।
ସେହିପରି ବାଲେଶ୍ୱର ଖନ୍ତାପଡ଼ା ଥାନା ବେଗୁନିଆରେ ଏକ ଯାତ୍ରୀବାହୀ ବସ ଗୋଟିଏ ଟ୍ରକକୁ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ସୋର ମେଡ଼ିକାଲରେ ଭର୍ତ୍ତି କାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories