www.samajalive.in
Monday, December 8, 2025
27.1 C
Bhubaneswar

ସଡକ ଦୁର୍ଘଟଣାରେ ୩ ମୃତ

କଳାହାଣ୍ଡି : କଳାହାଣ୍ଡି ଜିଲା ଜୁନାଗଡ ଥାନା ଅର୍ନ୍ତଗତ ମୂର୍ଲାପଦର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଚାଲି ଯାଇଛି। ମୃତକଙ୍କ ମଧ୍ୟରେ ଦୁଇ ଭାଇଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଆହତ ହୋଇଛି। ମୃତକଙ୍କ ଘର ଜୁନାଗଡ ବ୍ଲକ ଅନ୍ତର୍ଗତ ମରିଆବନ୍ଧଲି ଗାଁରେ ଓ ଚଞ୍ଜରାଭାଡି ଗାଁର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।
ଗତକାଲି ବିଳମ୍ବିତ ରାତିରେ ଏହି ୪ ଜଣ ଗୋଟିଏ ବାଇକରେ ଝାରବନ୍ଧରୁ ଜୁନାଗଡ ଅଭିମୁଖେ ଯାଉଥିବା ବେଳେ ମୂର୍ଲାପଦର ନିକଟରେ ଦୁର୍ଘଟଣା ଘଟିଥିଲା। ବାଇକଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories