www.samajalive.in
Saturday, December 6, 2025
26.1 C
Bhubaneswar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକ ଧକ୍କାରେ ଚାଲିଗଲା ବାଇକ ଆରୋହିଙ୍କ ଜୀବନ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ଶିଶୁମନ୍ଦିର ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ୍ ଆରୋହୀ ବାରିପଦା ବୁଢାମରା ର ବେଣୁଧର ଗୋଛାୟତ ବୋଲି ଜଣାପଡ଼ିଛି । ସେ ଓଡିଶା ଆଗ୍ରୋ ଇଣ୍ଡୋଷ୍ଟ୍ରିଆଲ କୋଅପରେସନ ରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଆଜି ସକାଳୁ ସେ ବାଇକ୍ ଯୋଗେ ଯାଇଥିବା ବେଳେ ଖିରେଇଟାଙ୍ଗିରୀ ନିକଟରେ ତାଙ୍କ ବାଇକ୍ କୁ ଏକ ଅଜଣା ଟ୍ରକ ଧକ୍କା ଦେଇ ତାଙ୍କ ଗୋଡ଼ ଉପରେ ଟ୍ରକ ଚଢି ଯାଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମେଡିକାଲକୁ ନିଆଯାଇଥିଲା, ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଫେରାର ଟ୍ରକକୁ ଧରିବା ପାଇଁ ଛାନଭିନ୍ ଜାରି ରଖି ତଦନ୍ତ ଆରମ୍ଭ କରିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories