www.samajalive.in
Monday, December 8, 2025
27.1 C
Bhubaneswar

ବସ-କଣ୍ଟେନର ଧକ୍କା ; ୩ ଜୀବନ୍ତ ଦଗ୍ଧ

ଗୁନା : ଗୁନାଠାରେ ରାସ୍ତା ପାର୍ଶ୍ୱରେ ପାର୍କିଂ ହୋଇଥିବା ଏକ କଣ୍ଟେନର ସହିତ ଏକ ମିନି ବସ୍ ଧକ୍କା ହେବାରୁ ଏକ ବଡ଼ ଦୁର୍ଘଟଣା ଘଟିଛି  ।  ଦୁର୍ଘଟଣା ପରେ ବସରେ ନିଆଁ ଲାଗିଯିବା ଫଳରେ ଭାଇ-ଭଉଣୀଙ୍କ ସମେତ ୩ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏହାସହ ଅନ୍ୟ ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ଘଟଣା ଘଟିବା ମାତ୍ରେ ସଭିଁଙ୍କୁ ଉଦ୍ଧାର କରାଯିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ୩ ଜଣଙ୍କୁ ଉଦ୍ଧାର କରାଯାଇପାରିନଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଇନ୍ଦୋରରୁ ମଥୁରା ଦର୍ଶନ ପାଇଁ ୨୮ ଜଣ ଲୋକ ମିନି ବସ୍‌ରେ ଥିଲେ। ଏହି ସମୟରେ, ଚାଚୋଡାର ବାରଖଡା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା।  ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ ବସ୍ ରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା ମାତ୍ରେ ସେଠାରେ ହଇଚଇ ସୃଷ୍ଟି ହୋଇଥିଲା। ଏଥିରେ ତିନି ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ମୃତକଙ୍କ ମଧ୍ୟରେ ଜଣେ ୧୩ ବର୍ଷର ବାଳିକା ମଧ୍ୟ ଥିଲେ। ପ୍ରଶାସନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ସହ ତଦନ୍ତ ଆରମ୍ଭ କରିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories