www.samajalive.in
Tuesday, December 9, 2025
17.1 C
Bhubaneswar

ବାଇକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ନବରଙ୍ଗପୁର : ନବରଙ୍ଗପୁର ବିଜିରାଗୁଡା ନିକଟରେ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବାଇକରେ ଦ୍ରୁତଗତିରେ ଯାଉଥିବାବେଳେ ଭାରସାମ୍ୟ ହରାଇ ଗଛକୁ ପିଟି ଦେଇବାରୁ ଏହି ଦୁଘଟଣା ଘଟିଛି। ବାଇକରେ ଯାଉଥିବା ସଞ୍ଜୟ ବିଷୋୟୀ ଓ ବସନ୍ତ ବିଷୋୟୀ କୁର୍ଲୁଘାଟି ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଗୁରୁତର ଆହତ ଦୁଇଜଣଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତରଖାନାରେ ସଞ୍ଜୟର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ବସନ୍ତ ଚିକିତ୍ସାଧିନ ରହିଛନ୍ତି। ଦୁହିଁଙ୍କ ଘର ତେନ୍ତୁଳିଖୁଣ୍ଟି ବ୍ଲକ ବାରଙ୍ଗପଦର ଗାଁ ବୋଲି ସୂଚନା ମିଳିଛି। ପୁଲିସ ପହଞ୍ଚି ତଦନ୍ତ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories