www.samajalive.in
Sunday, December 7, 2025
14.1 C
Bhubaneswar

ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ

ସାକ୍ଷୀଗୋପାଳ :  ସତ୍ୟବାଦୀ ଥାନା ଅନ୍ତର୍ଗତ ପଟ୍ଟନାଇକିଆ ବଳପୁର ରାସ୍ତାର ମୁନିନ୍ଦା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଆହତ  ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ବଳଙ୍ଗା ଥାନା ଅନ୍ତର୍ଗତ ଦାସ ପାଟଣା ଗ୍ରାମର ଦୁଃଶାସନ ସାହୁ( ୪୩) ସାଇକେଲ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ। ପଟ୍ଟନାଇକିଆ-ବଳପୁର ରାସ୍ତାର ମୁନିନ୍ଦା ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ସେ ଗୁରୁତର ଆହତ ହୋଇ ରାସ୍ତା ଉପରେ ପଡ଼ିଥିଲେ। ସ୍ଥାନୀୟ ଜନସାଧାରଣ ତାଙ୍କୁ ଚିକିତ୍ସା ନିମନ୍ତେ ସାକ୍ଷୀ ଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ପୁରୀକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ସତ୍ୟବାଦୀ ପୁଲିସ ମୃତ ଦେହକୁ ଜବତ କରି ସେଠାରେ ବ୍ୟବଚ୍ଛେଦ କରିଥିଲେ। ସତ୍ୟବାଦୀ ଥାନାରେ ଏନେଇ ଏକ ମୋକଦ୍ଦମା ରୁଜୁ ହୋଇଛି। ତଦନ୍ତ ଚାଲୁ ରହିଛି ବୋଲି ସତ୍ୟବାଦୀ ପୁଲିସ ସୂତ୍ରରୁ ଜଣାପଡିଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories