www.samajalive.in
Friday, December 12, 2025
15.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଭବାନୀପାଟଣା : ଆମପାଣି ଥାନା ଅନ୍ତର୍ଗତ ଭୂର୍ଷାଗୁଡ଼ା ନିକଟରେ ଏକ ଡିଭାଇଡ଼ରରେ ପିଟି ହୋଇ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହେଇଛନ୍ତି । ଆହତଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ପ୍ରଥମେ କୋକସରା ଡାକ୍ତରଖାନା ଏବଂ ପରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ମୃତକ ଅରେବେଡ଼ା ଗାଁର ଲିଙ୍ଗରାଜ ମାଝୀ ଏବଂ ଗୁରୁତର ଜଣକ ପୋଢ଼ବେଡା ଗାଁର ତୁଲାରାମ ପୁଝାରି ବୋଲି ଜଣାପଡିଛି । ଉଭୟେ କୋକସରା ବ୍ଲକ ଡୁଡୁକାଠେଙ୍ଗା ଗାଁର ସମ୍ପର୍କୀୟଙ୍କ ବିବାହରେ ଯୋଗ ଦେଇ ନିଜ ଗାଁକୁ ଫେରୁଥିଲେ । ଖବର ପାଇ ଆମପାଣି ପୁଲିସ ଘଟଣାସ୍ଥଳରେ ପହଞ୍ଚି ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories