www.samajalive.in
Monday, December 15, 2025
24.1 C
Bhubaneswar

ଅଜଣା ଗାଡି ଧକ୍କାରେ ପାହାଳ ଫାଣ୍ଡି ଏଏସ୍ଆଇ ମୃତ

ବାଲିଅନ୍ତା ଥାନା ଅଧୀନ ପାହାଳ ଫାଣ୍ଡିରେ କାର୍ଯ୍ୟରତ ମହିଳା ଏଏସ୍ଆଇ ସଂଯୁକ୍ତା ସାହୁଙ୍କ ମଙ୍ଗଳବାର ରାତି ପ୍ରାୟ ୧୦.୩୦ ସମୟରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଏକ ଅଜଣା ଗାଡି ଧକ୍କାରେ ମହିଳା ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେ ହେଉଛନ୍ତି ପାହାଳ ଫାଣ୍ଡି କାର୍ଯ୍ୟରତ ଏ.ଏସ.ଆଇ ସଂଯୁକ୍ତା ସାହୁ। ସଂଯୁକ୍ତା ପାହାଳ ଫାଣ୍ଡିରୁ କାର୍ଯ୍ୟ ସାରି ନିଜ ଘର କଟକ ଭିମୁଖେ ସ୍କୁଟିରେ ଯାଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଅଜଣା ଗାଡି ବାଲିକୁଦା ଛକ ନିକଟରେ ପଛ ପଟୁ ଧକ୍କା ଦେବା ଫଳରେ ସଂଯୁକ୍ତା ତଳେ ପଡି ଯାଇଥିଲେ ଓ ଗାଡିଟି ତାଙ୍କ ଉପରେ ଚଢି ଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇ ଗାଡିଟି ଦ୍ରୁତ ଗତିରେ ଚାଲି ଯାଇଥିଲା। ଖବରପାଇ ଘଟଣାସ୍ଥଳରେ କଟକ ସଦର ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ କଟକ ବଡ ମେଡିକାଲ ପଠାଇ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories