www.samajalive.in
Saturday, December 6, 2025
16.1 C
Bhubaneswar

ପିକ୍‌ନିକ୍‌ ଯିବା ବେଳେ ଦୁର୍ଘଟଣା: ୩ ମୃତ

ନୟାଗଡ : ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଟ୍ରକ୍-ବସ୍ ମୁହାଁମୁହିଁ ଧକ୍କା ହୋଇଛି।  ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ ଶୁକ୍ରବାର ବିଳମ୍ବିତ ରାତିରେ ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ରୁ ଅଧିକ  ଛାତ୍ରଛାତ୍ରୀ ବଲାଙ୍ଗୀର ଜିଲ୍ଲା ହରିଶଙ୍କରକୁ ପିକନିକ୍ ପାଇଁ ଯାଉଥିଲେ । ତେବେ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ବସ୍‌ଟି ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ୧୧ ଜଣ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଓ ନୟାଗଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

 

- Advertisement -

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories