www.samajalive.in
Saturday, December 6, 2025
14.1 C
Bhubaneswar

ଏସସିବିରେ ଦୁଷ୍କର୍ମ ଘଟଣା; ବହିଷ୍କୃତ ହେଲେ ଡାକ୍ତର ଦିଲବାଗ୍‌‌ ସିଂହ ଠାକୁର

ସମାଜ ଡିଜିଟାଲ ଡେସ୍କ: କଲକାତା ଲଜ୍ଜା ଘଟଣା ପରେ କଟକ ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଡାକ୍ତର ଚିକିତ୍ସା ବାହାନାରେ ଦୁଷ୍କର୍ମ କରିଥିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂହ ଠାକୁରଙ୍କୁ ଗିରଫ କରାଯିବା ପରେ ଏବେ ତାଙ୍କୁ ହସ୍ପିଟାଲରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କାଉନସିଲର ଜରୁରୀ ବୈଠକ ପରେ ଅଭିଯୁକ୍ତ ଡାକ୍ତରଙ୍କୁ ବହିଷ୍କୃତ କରାଯାଇଥିବା ସୂଚନା ମିଳିଛି। ଘଟଣାରେ ଡିଏମଇଟିଙ୍କ ନେତୃତ୍ୱରେ ତିନି ଜଣିଆ କମିଟି ତଦନ୍ତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଡିଏମଇଟି ଏସସିବି ଅଧ୍ୟକ୍ଷଙ୍କୁ ଚିଠି କରିଥିଲେ। ଶୁକ୍ରବାର ମେଡିକାଲ କଲେଜର କାଉନସିଲର ଜରୁରୀ ବୈଠକ ବସିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଗତ ସପ୍ତାହରେ ଦୁଇ ମହିଳା ରୋଗୀ ଏସସିବିର ହୃଦରୋଗ ବିଭାଗକୁ ଯାଇଥିବା ବେଳେ ଡାକ୍ତର ଦିଲବାଗ୍‌‌ ସିଂହ ଠାକୁର ଚିକିତ୍ସା ବାହାନାରେ ଉଭୟଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ପୀଡିତାଙ୍କ ସମ୍ପର୍କୀୟ ଏସସିବି ମେଡିକାଲରେ ପାଠ ପଢୁଥିବାରୁ ଏ ସମ୍ପର୍କରେ ଜାଣିବା ପରେ ଅଭିଯୁକ୍ତ ଡାକ୍ତରଙ୍କୁ ପ୍ରବଳ ମାଡ ମରିଥିବା ଅଭିଯୋଗ ହୋଇଥିଲା। ଏହାପରେ ପୀଡିତା ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିବାରୁ ଘଟଣା ସାମ୍ନାକୁ ଆସିଥିଲା। ଅଭିଯୋଗକୁ ଭିତ୍ତି କରି କମିଶନରେଟ ପୁଲିସ ମାମଲା ରୁଜୁ କରି ଡାକ୍ତର ଦିଲବାଗ ସିଂହଙ୍କୁ ଗିରଫ କରିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories