www.samajalive.in
Wednesday, December 10, 2025
18.1 C
Bhubaneswar

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍‌ ଓ ସମାଜସେବୀ ତଥା କିଟ୍‌ ଓ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସିକିମ୍‌ ପ୍ରଫେସନାଲ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ସମ୍ମାନସୂଚକ ଡିଲିଟ୍‌ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ପ୍ରତ୍ୟକ୍ଷ ନିୟନ୍ତ୍ରଣ ସେବା ମାଧ୍ୟମରେ ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ଦେଶ ଓ ବିଦେଶର ବହୁ ଲବ୍‌ଧ ପ୍ରତିଷ୍ଠିତ ଅନୁଷ୍ଠାନରୁ ଶ୍ରୀ ସାମନ୍ତ ସମ୍ମାନସୂଚକ ଡକ୍ଟରେଟ୍‌ ପାଇଥିବା ବେଳେ ଏହା ତାଙ୍କର ୪୬ତମ ଡକ୍ଟରେଟ୍‌। ଆଜିର କାର୍ଯ୍ୟକ୍ରମରେ କେନ୍ଦ୍ର ପଶୁ, ଗୋପାଳନ ଓ ମତ୍ସ୍ୟ ତଥା ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସିକିମ୍‌ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ତଥା ଶିକ୍ଷା ଓ ଭୂ ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା ଓ ଆଇନ୍‌ ମନ୍ତ୍ରୀ କୁଙ୍ଗ ନିମା ଲେପ୍‌ଚା, ଶିକ୍ଷା ବିଭାଗ ବରିଷ୍ଠ ପ୍ରଶାସନିକ ଅଧିକାରୀ ଜି.ବି.ଉପାଧ୍ୟାୟ, ସିକିମ୍‌ ପ୍ରଫେସନାଲ୍‌ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ କୁମାର ଗୋୟଲ, କୁଳପତି ଏସ୍‌ ଏସ୍‌ ହାସନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ କାର୍ଯ୍ୟକୁ ସିକିମ୍‌ ପ୍ରଫେସନାଲ୍‌ ବିଶ୍ୱବିଦ୍ୟାଳୟ ସ୍ୱୀକୃତି ଦେଇ ସମ୍ମାନସୂଚକ ଡକ୍ଟରେଟ୍‌ ପ୍ରଦାନ କରିଥିବାରୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଶ୍ରୀ ସାମନ୍ତ ଧନ୍ୟବାଦ ଜଣାଇଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories