www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ, ନବୀନଙ୍କୁ କହିଲେ..

ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେଇଛନ୍ତି। ରବିବାର ଏନେଇ ଘୋଷଣା କରିଛନ୍ତି ଅଚ୍ୟୁତ ସାମନ୍ତ। ଜୁନ୍‍ ୯ ତାରିଖରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।

ଶ୍ରୀ ସାମନ୍ତ କହିଛନ୍ତି, ଗତକାଲି ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ସେ ଏ ସମ୍ପର୍କରେ ନିଜର ଇଚ୍ଛା ପ୍ରକାଶ କରିଛନ୍ତି। ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ସେ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏଥିସହ କନ୍ଧମାଳ ସଂସଦୀୟ କ୍ଷେତ୍ରର ଜନସାଧାରଣଙ୍କୁ ମଧ୍ୟ ସେ କୃତଜ୍ଞତା ଜଣାଇଛନ୍ତି। ଦୀର୍ଘ ୩୨ବର୍ଷ ଧରି ଜାରି ରଖିଥିବା ସମାଜସେବା ଶେଷ ନିଃଶ୍ଵାସ ପର୍ଯ୍ୟନ୍ତ ଜାରି ରଖିବେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ ଅଚ୍ୟୁତ ସାମନ୍ତ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories