www.samajalive.in
Monday, December 8, 2025
14.1 C
Bhubaneswar

ପୃଥକ ଦୁର୍ଘଟଣା, ଜଣେ ମୃତ ୫ଜଣ ଗୁରୁତର

ଅନୁଗୁଳ: ତାଳଚେର-କଣିହାଁ ରାସ୍ତାରେ ଏନଟିପିସି ଲେବୁକ୍ରଶିଙ୍ଗ୍ ନିକଟରେ  ଟ୍ରକ ପଛରେ ଏକ ବଲୋର ପିଟି ହୋଇଛି । ଫଳରେ ଘଟଣାସ୍ଥଳରେ ଜଣେ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ କଣିହାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ଜଣକ ହେଲେ କଣିହାଁ ଥାନା ଜୁରାଡଙ୍ଗା ଗାଁର ଟୁନା ସାହୁ (୩୨) ।

ଅନ୍ୟ ପକ୍ଷରେ ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ କୋଶଳା ଗାଁରେ ସେହିଭଳି ଅନ୍ୟ ଏକ ଦୁର୍ଘଟଣା ଘଟିଛି । ଏକ ଟ୍ରକ ପଛରେ କାର ଧକ୍କା ହେବା ଫଳରେ ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଗାଡ଼ି ଜବତ କରି ତଦନ୍ତ ଚଳାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories