www.samajalive.in
Saturday, December 6, 2025
26.1 C
Bhubaneswar

ଆନ୍ଧ୍ର ବନ୍ୟା ପ୍ରପୀଡିତଙ୍କୁ ୧ କୋଟି…

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ଜୁନିୟର ଏନଟିଆର ୧କୋଟି ଟଙ୍କା ଦାନ କରିଛନ୍ତି। ମଙ୍ଗଳବାର ଜୁନିୟର ଏନଟିଆର ସୋସିଆଲ ମିଡିଆ ଏକ୍ସରେ ଦୁଇ ରାଜ୍ୟର ବନ୍ୟା ପରିସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହିତ ଉଭୟ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୫୦ଲକ୍ଷ ଟଙ୍କା ଲେଖାଏଁ ଦାନ କରିଛନ୍ତି। ଏପରି ପ୍ରାକୃତିକ ବିପର୍ଯ୍ୟୟରୁ ରାଜ୍ୟବାସୀଙ୍କ ଉଦ୍ଧାର କରିବା ଲାଗି ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ବନ୍ୟାରେ ତେଲଙ୍ଗାନାରେ ୫୪୩୮ କୋଟି ଟଙ୍କା କ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଜୁନିୟର ଏନଟିଆର ହେଉଛନ୍ତି ତେଲୁଗୁ ଚଳଚ୍ଚିତ୍ର ଜଗତର ଜଣେ ପ୍ରତିଷ୍ଠିତ କଳାକାର। ତାଙ୍କ ପୂରାନାମ ହେଉଛି ନନ୍ଦମୁରୀ ତାରକା ରାମାରାଓ। ସେ ଏନଟି ରାମାରାଓଙ୍କ ନାତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories