www.samajalive.in
Sunday, December 7, 2025
14.1 C
Bhubaneswar

ଏୟାରଲିଫ୍ଟ ହେଲେ ଅଭିନେତା ଉତ୍ତମ ମହାନ୍ତି, କମିଶନରେଟ ପୁଲିସର ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଅଭିନେତା ଉତ୍ତମ ମହାନ୍ତିଙ୍କୁ ଏୟାରଲିଫ୍ଟ କରାଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି। ପାଇଲଟ ଭ୍ୟାନ ସହାୟତାରେ ସ୍ୱତନ୍ତ୍ର କରିଡରେ ଏୟାରଲିଫ୍ଟ କରାଯାଇଛିା। ଲିଭର ସିରୋସିସ ରୋଗରେ ଉତ୍ତମ ମହାନ୍ତି ଆକ୍ରାନ୍ତ ହୋଇଛନ୍ତି ଏବଂ ଦୀର୍ଘଦିନ ହେବ ସେ ଚିକିତ୍ସାଧିନ ଅଛନ୍ତି। ତାଙ୍କ ଅବସ୍ଥା ଗୁରୁତର ହେବାରୁ ଡାକ୍ତରଙ୍କ ପରାମର୍ଶ ଯୋଗେ ଏୟାରଲିଫ୍ଟ କରାଯାଇଛି ବୋଲି ପୁଅ ବାବୁସାନ ସୂଚନା ଦେଇଛନ୍ତି।

ଅପରପକ୍ଷରେ ଟ୍ରାଫିକରେ କିଭଳି ଆମ୍ବୁଲନ୍ସ ଅଟକିବ ନାହିଁ ସେଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପୁଲିସର ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି।

- Advertisement -

ଲିଭର ସିରୋସିସ ରୋଗରେ ଆକ୍ରାନ୍ତ ଥିବା ଉତ୍ତମ ମହାନ୍ତିଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ସେ ଭେଣ୍ଟିଲେଟରରେ ଥିଲେ। ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ବାହାରକୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଏହି ଖବର ଶୁଣି ଅନେକ ଚଳଚ୍ଚିତ୍ର ଦର୍ଶକ ଓ ପ୍ରଶଂସକ ଦୁଃଖ ପ୍ରକାଶ କରିଛନ୍ତି। ଲୋକପ୍ରିୟ ଅଭିନେତା ସୁସ୍ଥ ହୋଇ ଘରକୁ ଫେରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories