www.samajalive.in
Wednesday, December 10, 2025
18.1 C
Bhubaneswar

ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦରର ୯୫ପ୍ରତିଶତ ଅଂଶଧନ

ସମାଜ ଡିଜିଟାଲ ଡେସ୍କ: ଗୋପାଳପୁର ପୋର୍ଟର ବିକାଶ ପାଇଁ ଆଦାନୀ ଗ୍ରୁପକୁ ୯୫ପ୍ରତିଶତ ମାଲିକାନା ହସ୍ତାନ୍ତର କରାଯିବ। ଆଉ ବାକି ୫ ପ୍ରତିଶତ ଅଂଶଧନ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ ହାତରେ ରହିବ ବୋଲି ଆଜି କ୍ୟାବିନେଟ ବୈଠକ ପରେ ନିଷ୍ପତ୍ତି ନିଆଯାଇଛି। ୯୫ପ୍ରତିଶତ:୫ପ୍ରତିଶତ ଚୁକ୍ତିନାମାକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି ଅନୁସାରେ ଗୋପାଳପୁର ବନ୍ଦରର ୯୫ପ୍ରତିଶତ ଅଂଶଧନ ଆଦାନୀ ପାଖରେ ରହିବ ଏବଂ ୫ପ୍ରତିଶତ ଷ୍ଟିଭେଡର୍ସ ପାଖରେ ରହିବ। ଗୋପାଳପୁର ପୋର୍ଟର ସେୟାର ହୋଲଡିଙ୍ଗକୁ ଦୃଢ କରିବାକୁ ଏବଂ ଏହାକୁ ମଲ୍ଟି କାର୍ଗୋ ପୋର୍ଟରେ ପରିଣତ କରିବା ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories