www.samajalive.in
Wednesday, December 10, 2025
18.1 C
Bhubaneswar

ଭିଜିଲାନ୍ସ ଜାଲରେ ପଡ଼ିଲେ ଏଡିଇଓ

ବାଣପୁର: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ(ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଶୁକ୍ରବାର ଅପରାହ୍ନରେ ବାଲୁଗାଁ ଗାନ୍ଧୀ ଛକଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରାଇଦେବା ପାଇଁ ଜନୈକ ବ୍ୟକ୍ତିଙ୍କଠାରୁ ୧୨ହଜାର ଟଙ୍କା ଲାଞ୍ଚ ନେଉଥିଲେ ରାକେଶ। ସେହି ସମୟରେ ପୂର୍ବରୁ ଛପି ରହିଥିବା ଖୋର୍ଦ୍ଧା ଭିଜିଲାନ୍ସ ଟିମ ତାଙ୍କୁ କାବୁ କରି ତାଙ୍କଠାରୁ ରଙ୍ଗ ପ୍ରଲେପ ଦିଆ ଟଙ୍କା ଜବତ କରିଛି। ବର୍ତ୍ତମାନ ଭିଜିଲାନ୍ସ ଟିମ ପ୍ରଥମେ ନିଳାଦ୍ରୀପ୍ରସାଦ ପଞ୍ଚାୟତ ପରେ ବାଣପୁର ବ୍ଲକ କାର୍ଯ୍ୟାଳୟରେ ଅଭିଯୁକ୍ତ ରାକେଶଙ୍କୁ ନେଇ ଜେରା କରୁଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ରାକେଶ ଗତ ଏକ ବର୍ଷ ହେବ ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ଗ୍ରାମ ପଞ୍ଚାୟତରେ ଏଡିଇଓ ଭାବେ କାର୍ଯ୍ୟରତ ଥିଲେ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories