www.samajalive.in
Sunday, December 7, 2025
13.1 C
Bhubaneswar

ଆଧାର ସଂଶୋଧନ ପାଇଁ ଚିନ୍ତିତ କି? ଏବେ ଆପଣଙ୍କ ପାଇଁ ଖୁସି ଖବର

ଭୁବନେଶ୍ବର: ବର୍ତ୍ତମାନ ସୂଚନା ଓ ଇଲେକ୍ଟ୍ରୋନିକ୍ସ ମନ୍ତ୍ରଣାଳୟ ଅଧିନରେ ଥିବା ଦେଶର ୨୦୦୦୦ ସାଧାରଣ ସେବା କେନ୍ଦ୍ର (ସିଏସ୍‌ସି)ରେ ଆଧାର କାର୍ଡର ସଂଶୋଧନ କରାଯାଇପାରିବ । କେନ୍ଦ୍ର ଯୋଗାଯୋଗ, ଆଇନ ଓ ନ୍ୟାୟ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଏକ ଟୁଇଟ୍‌ ଜରିଆରେ ଏହି ସୂଚନା ଦେଇଛନ୍ତି । ୟୁଆଇଡିଏଆଇ ନିୟମାବଳୀ ଅନୁସାରେ ଆଧାର ସଂଶୋଧନ କାର୍ଯ୍ୟ ଆରମ୍ଭ କରିବାକୁ ସିଏସ୍‌ସିମାନଙ୍କୁ କୁହାଯାଇଛି । ଏହି ସୁବିଧା ଗ୍ରାମାଞ୍ଚଳ ଅଧିବାସୀଙ୍କୁ ନିଜ ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନରେ ଆଧାର ସେବା ପାଇବାରେ ସହାୟକ ହେବ । ବ୍ୟାଙ୍କିଙ୍ଗ୍‌ ସୁବିଧା ଥିବା ସିଏସ୍‌ସିଗୁଡିକ ନିଜ ଭିତ୍ତିଭୂମି ଓ ଆନୁଷଙ୍ଗିକ ପ୍ରସ୍ତୁତି ଜୁନ ମାସ ସୁଦ୍ଧା ଶେଷ କରିବେ ବୋଲି ୟୁଆଇଡିଏଆଇ ସମୟସୀମା ଧାର୍ଯ୍ୟ କରିଛି । ସିଏସ୍‌ସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଦିନେଶ ତ୍ୟାଗୀ ସମସ୍ତ କେନ୍ଦ୍ରଗୁଡିକୁ ଯଥାଶୀଘ୍ର ନିଜର ବୈଷୟିକ ଭିତ୍ତିଭୂମି ପ୍ରସ୍ତୁତ କରିବା ଲାଗି ନିର୍ଦେଶ ଦେଇଛନ୍ତି, ଯାହା ଫଳରେ ଆଧାର ସଂଶୋଧନ କାର୍ଯ୍ୟ ଆରମ୍ଭ ହୋଇପାରିବ। ଗ୍ରାମାଞ୍ଚଳର ଲୋକମାନଙ୍କ ସୁବିଧା ନିମନ୍ତେ ଭାରତୀୟ ସ୍ବତନ୍ତ୍ର ପରିଚୟପତ୍ର କତ୍ତୃପକ୍ଷ (ୟୁଆଇଡିଏଆଇ) ଏଭଳି ଏକ ବଡ ନିଷ୍ପତ୍ତି ନେଇଛି । ଏହି ସେବା ଆରମ୍ଭ ହେବା ଫଳରେ ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ବ୍ୟାଙ୍କ ଆଧାର କେନ୍ଦ୍ର ବା ଡାକ ଘରକୁ ଯିବାକୁ ପଡିବ ନାହିଁ । ସେମାନଙ୍କୁ ନିଜ ଘର ପାଖରେ ଏହି ସୁବିଧା ମିଳିପାରିବ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories