www.samajalive.in
Tuesday, December 9, 2025
16.1 C
Bhubaneswar

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : ଧାର୍ଯ୍ୟ ସମୟରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇ ନଥିବାରୁ ହାଇକୋର୍ଟଙ୍କ ଅସନ୍ତୋଷ

କଟକ : ସାମାଜିକ କର୍ମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଆଜି କ୍ରାଇମବ୍ରାଞ୍ଚ ପକ୍ଷରୁ ହାଇକୋର୍ଟରେ ଦାଖଲ କରାଯାଇ ନଥିବାରୁ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଜଷ୍ଟିସ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଆସନ୍ତା ୧୧ ତାରିଖ ସୁଦ୍ଧା ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ କ୍ରାମବ୍ରାଞ୍ଚକୁ ନିର୍ଦେଶ ଦେଇଛନ୍ତି। ଆଦିତ୍ୟଙ୍କ ମା’ ପଦ୍ମାଳୟା ଦାସ ଓ ବାପା ନନ୍ଦିକିଶୋର ଦାଶ ଓ ପତ୍ନୀ ବିଦ୍ୟାଶ୍ରୀ ଶିଶୁଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ଆବେଦନର ଶୁଣାଣି କରି ଖଣ୍ଡପୀଠ ଏପରି ନିର୍ଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଆଦିତ୍ୟଙ୍କ ମା’ ପଦ୍ମାଳୟା ଦାଶ, ବାପା ନନ୍ଦିକିଶୋର ଦାଶ ଓ ପତ୍ନୀ ବିଦ୍ୟାଶ୍ରୀ ଶିଶୁଙ୍କ ପକ୍ଷରୁ ହାଇକୋର୍ଟରେ ଏହି ମାମଲା ରୁଜୁ ହୋଇଥିଲା। ଆବେଦନରେ ଦର୍ଶାଯାଇଥିଲା ଯେ ନିଜ ସେବା ଓ ସାମାଜିକ କାର୍ଯ୍ୟ ପାଇଁ ଆଦିତ୍ୟ ରାଜ୍ୟ ତଥା ଦେଶବିଦେଶରେ ମଧ୍ୟ ଲୋକପ୍ରିୟ ହୋଇ ପାରିଥିଲେ। ବିବାହର ୨୭ ଦିନ ପରେ ଆଦିତ୍ୟ ଘରେ ମିଳି ନଥିଲେ। ବହୁତ ଖୋଜା ଖୋଜି ପରେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟରୁ ତାଙ୍କ ମୃତ ଦେହ ମିଳିଥିଲା। ଏହି ଘଟଣାକୁ ନେଇ ଜିଆରପି ଥାନାରେ ମାମଲା ରୁଜୁ କରି ପୁଲିସ ତଦନ୍ତ କରିଥିଲା ଓ ପରବର୍ତ୍ତୀ ସମୟରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ପ୍ରଦାନ କରାଯାଇଥିଲା। କିନ୍ତୁ ଏ ପର୍ଯ୍ୟନ୍ତ କରାଯାଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories