www.samajalive.in
Saturday, December 6, 2025
26.1 C
Bhubaneswar

ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା ମିଳିଲାନି ହତ୍ୟାକାଣ୍ଡ ପ୍ରମାଣ

କଟକ: ସାମାଜିକକର୍ମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଆଜି କ୍ରାଇମବ୍ରାଞ୍ଚ ପକ୍ଷରୁ ହାଇକୋର୍ଟରେ ଦାଖଲ କରାଯାଇଛି। ହାଇକୋର୍ଟରେ ଦାଖଲ ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ ଏ ପର୍ଯ୍ୟନ୍ତ ହୋଇଥିବା ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି କିଛି ତଥ୍ୟ ପ୍ରମାଣ ମିଳି ନାହିଁ। ଏବେ ଘଟଣାର ତଦନ୍ତ ସରି ନାହିଁ। ତଦନ୍ତ ଜାରି ରହିଛି। ଘଟଣାର ତଦନ୍ତ କରୁଥିବା ଅଧିକାରୀ ଏବେ ଅସୁସ୍ଥ। ଏପରିସ୍ଥିତିରେ ତଦନ୍ତର ଅପ୍-ଟୁ-ଡେଟ୍ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇପାରି ନାହିଁ ବୋଲି ସରକାରଙ୍କପକ୍ଷରୁ ଆଜି ହାଇକୋର୍ଟରେ ଏ ସମ୍ପର୍କିତ ମାମଲାର ଶୁଣାଣି ସମୟରେ ଦର୍ଶାଯାଇଥିଲା। ଜଷ୍ଟିସ ବିଶ୍ୱଜିତ୍ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲା‌ର ପରବର୍ତ୍ତୀ ଶୁଣାଣି ନଭେମ୍ବର ୨୬କୁ ଧାର୍ଯ୍ୟ କରିଥିବା ବେଳେ ତଦନ୍ତର ସାନି ସ୍ଥିତି ସଂକ୍ରାନ୍ତରେ ସତ୍ୟପାଠ ମାଧ୍ୟମରେ ଅବଗତ କରିବାକୁ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଏଥି ସହିତ ଆବେଦନକାରୀଙ୍କୁ ତଦନ୍ତ ଷ୍ଟାଟସ୍ ରିପୋର୍ଟର କପି ପ୍ରଦାନ ପାଇଁ ଖଣ୍ଡପୀଠ ନିର୍ଦେଶ ଦେଇଛନ୍ତି। ଆଦିତ୍ୟଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ସିବିଆଇ ତଦନ୍ତ ପ୍ରାର୍ଥନା କରି ଦାୟର ଆବେଦନର ଶୁଣାଣି କରି ଖଣ୍ଡପୀଠ ଏପରି ନିର୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଆଦିତ୍ୟଙ୍କ ମା’ ପଦ୍ମାଳୟା ଦାସ, ବାପା ନନ୍ଦକିଶୋର ଦାସ ଓ ପତ୍ନୀ ବିଦ୍ୟାଶ୍ରୀ ଶିଶୁଙ୍କ ପକ୍ଷରୁ ହାଇକୋର୍ଟରେ ଏହି ମାମଲା ରୁଜୁ ହୋଇଥିଲା। ଆବେଦନରେ ଦର୍ଶାଯାଇଥିଲା ଯେ ନିଜ ସେବା ଓ ସାମାଜିକ କାର୍ଯ୍ୟ ପାଇଁ ଆଦିତ୍ୟ ରାଜ୍ୟ ତଥା ଦେଶବିଦେଶରେ ମଧ୍ୟ ଲୋକପ୍ରିୟ ହୋଇପାରିଥିଲେ। ବିଭାଘରର ୨୭ ଦିନ ପରେ ଆଦିତ୍ୟ ଘରେ ମିଳି ନଥିଲେ। ବହୁତ ଖୋଜା ଖୋଜି ପରେ ଲିଙ୍ଗରାଜ ରେଳଷ୍ଟେସନ ନିକଟରୁ ତାଙ୍କ ମୃତଦେହ ମିଳିଥିଲା। ଏହି ଘଟଣାକୁ ନେଇ ଜିଆରପି ଥାନାରେ ମାମଲା ରୁଜୁ କରି ପୁଲିସ ତଦନ୍ତ କରିଥିଲା ଓ ପରବର୍ତ୍ତୀ ସମୟରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ପ୍ରଦାନ କରାଯାଇଥିଲା। ଏ ପର୍ଯ୍ୟନ୍ତ କରାଯାଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି ଆବେଦନରେ ଦର୍ଶାଯାଇଛି।
..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories