www.samajalive.in
Wednesday, December 10, 2025
18.1 C
Bhubaneswar

ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ; ୨୩ ମନ୍ତ୍ରୀ ସାମିଲ, ୧୮ ନୂଆ ମୁହଁ

ଲକ୍ଷ୍ନୌ: ୨୯ମାସର ଶାସନ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ଏହି ଅବସରରେ ସେ ମନ୍ତ୍ରିମଣ୍ଡଳରେ ୨୩ ମନ୍ତ୍ରୀଙ୍କୁ ସାମିଲ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୮ ନୂଆ ମୁହଁଙ୍କୁ ମନ୍ତ୍ରୀ ପଦ ମିଳିଛି। ଫଳରେ ଯୋଗୀଙ୍କ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀଙ୍କ ସଂଖ୍ୟା ଏବେ ୫୬ରେ ପହଞ୍ଚିଛି। ମନ୍ତ୍ରିମଣ୍ଡଳରେ ସର୍ବାଧିକ ୬୦ ମନ୍ତ୍ରୀ ରହିପାରିବେ। ଲକ୍ଷ୍ନୌସ୍ଥିତ ରାଜଭବନର ଗାନ୍ଧୀ ଅଡିଟୋରିମରେ ନୂଆ ମନ୍ତ୍ରୀମାନେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଆନନ୍ଦିବେନ ପଟେଲ ସେମାନଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଥିଲେ। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ଯୋଗୀଙ୍କ କ୍ୟାବିନେଟରୁ ୫ ଜଣ ମନ୍ତ୍ରୀ ଇସ୍ତଫା ଦେଇଥିଲେ। ମଙ୍ଗଳବାର ରାତିରେ ସେମାନଙ୍କ ଇସ୍ତଫାପତ୍ର ଗ୍ରହଣ କରାଯାଇଥିଲା। ଇସ୍ତଫା ଦେଇଥିବା ମନ୍ତ୍ରୀମାନଙ୍କ ମଧ୍ୟରେ ରାଜ୍ୟ ବିଜେପି ମୁଖ୍ୟ ସ୍ବତନ୍ତ୍ରଦେବ ସିଂହ ଏବଂ ଅର୍ଥମନ୍ତ୍ରୀ ରାଜେଶ ଅଗ୍ରୱାଲ ରହିଛନ୍ତି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories