www.samajalive.in
Saturday, December 13, 2025
18.1 C
Bhubaneswar

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା: ମେ ୩ ଅନଲାଇନ ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଦକ୍ଷତା ବିକାଶ ତାଲିମ ପାଠ୍ୟକ୍ରମରେ ୨୦୨୫-୨୬ ବର୍ଷ ପାଇଁ ନାମଲେଖା ଆରମ୍ଭ ହୋଇଛି। ମେ ୩ ତାରିଖ ଅନଲାଇନ ନାମଲେଖାର ଶେଷ ଦିବସ ଧାର୍ଯ୍ୟ ହୋଇଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଥିବା ମୋଟ ୭ଟି ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଗ୍ରହୀ ପ୍ରାର୍ଥୀମାନେ ଆବେଦନ କରିପାରିବେ।

‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ (ଲିଫ୍ଟ ଟେକ୍ନୋଲୋଜି) ଏବଂ ପ୍ରିସିସନ ଇଞ୍ଜିନିୟରିଂ ଆଦି ବିଷୟ ରହିଛି। ଏଥିରେ ନାମଲେଖା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଆବେଦନ ଆହ୍ୱାନ କରାଯାଉଛି।

- Advertisement -

ଏହି ଅତ୍ୟାଧୁନିକ ବିଷୟରେ ତାଲିମ ପାଇଁ ପ୍ରାର୍ଥୀ ଓଡ଼ିଶାର କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ କିମ୍ବା ବୈଷୟିକ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ।

ସେହିପରି ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଅତ୍ୟାଧୁନିକ ବ୍ୟୁଟି ଆଣ୍ଡ ୱେଲନେସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏଥିପାଇଁ ପ୍ରାର୍ଥୀ ଯୁକ୍ତ ୨, ସଂପୃକ୍ତ ବିଷୟରେ ଆଇଟିଆଇ କିମ୍ବା କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ।

ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟ(www.worldskillcenter.org)ରେ ପ୍ରଥମେ ପଞ୍ଜୀକରଣ କରିବା ପରେ ନାମଲେଖା ପାଇଁ ଆବେଦନ କରିପାରିବେ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଚଳିତ ବ୍ୟାଚରୁ ଓଡ଼ିଶା ସହିତ ରାଜ୍ୟ ବାହାରର ପ୍ରାର୍ଥୀମାନେ ଆବେଦନ କରିପାରିବେ। ଅନ୍ୟ ରାଜ୍ୟର ପ୍ରାର୍ଥୀମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ କରାଯିବ।

ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories