www.samajalive.in
Monday, December 15, 2025
14.1 C
Bhubaneswar

ଆସିଲା ଦଶମ ଆଡମିଟ୍‌ କାର୍ଡ

ସମାଜ ଡିଜିଟାଲ ଡେସ୍କ: ଆସନ୍ତ ୨୧ ତାରିଖରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡମଟି କାର୍ଡ ଜାରି କରାଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା ପରୀକ୍ଷାର ଆଡମିଟ କାର୍ଡ ମଧ୍ୟ ୱେବସାଇଟରେ ଉପଲବ୍ଧ କରାଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ କୁହାଯାଇଛି।

ସୂଚନା ଅନୁସାରେ, ଆସନ୍ତା ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନ ଅର୍ଥାତ  ୨୧ ରେ ମାତୃଭାଷା ଓଡ଼ିଆ, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ, ୨୭ ତାରିଖରେ ଗଣିତ , ମାର୍ଚ୍ଚ ୧ରେ ସାଧାରଣ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ କିମ୍ବା ସଂସ୍କୃତ ବିଷୟ ରହିଛି। ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ। କେବଳ ଗଣିତ ପାଇଁ ଅଧିକ ୧୫ ମିନିଟ ସମୟ ଦିଆଯିବ । ଅର୍ଥାତ ୧୧ଟା ୩୦ ପରିବର୍ତ୍ତେ ୧୧ଟା ୪୫ରେ ଗଣିତ ପରୀକ୍ଷା ଶେଷ ହେବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଗୋଟିଏ ସିଟିଂ ଓ ଗୋଟିଏ ପ୍ରଶ୍ନପତ୍ରରେ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories