www.samajalive.in
Sunday, December 14, 2025
19.1 C
Bhubaneswar

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ଆବେଦନ ପରେ ଚାଷୀଙ୍କୁ ଶୀଘ୍ର କ୍ଷତିପୂରଣ ଦେବାକୁ ବୀମା କମ୍ପାନୀଙ୍କୁ ପରାମର୍ଶ

ଭୁବନେଶ୍ୱର: ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କିତ କ୍ଷତିପୂରଣ ଯଥାଶୀଘ୍ର ପ୍ରଦାନ ପାଇଁ ଆଜି ବୀମା କମ୍ପାନୀମାନଙ୍କ ସହ ଏକ ଜରୁରୀକାଳୀନ ବୈଠକ କୃଷି ଭବନ ଠାରେ ଅନୁଷ୍ଠିତ ହୋଇଥିଲା । କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ଓ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ଆବେଦନ ପରେ ଚାଷୀଙ୍କୁ ଶୀଘ୍ର କ୍ଷତିପୂରଣ ଦେବାକୁ ବୀମା କମ୍ପାନୀମାନଙ୍କ ସହଯୋଗ କାମନା କରିଛନ୍ତି।

ଯୋଗ୍ଯ ଚାଷୀମାନଙ୍କ ହିତରେ ସମସ୍ତ ପ୍ରକ୍ରିୟାକୁ ଅତିଶୀଘ୍ର ସାରିବା ପାଇଁ କମ୍ପାନୀଗୁଡିକୁ କହିବା ସହ କୌଣସି ବ୍ଯତିକ୍ରମକୁ ବରଦାସ୍ତ କରାଯିବ ନାହିଁ ବୋଲି ଡ଼ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଏଥିସହିତ, ଅଦିନିଆ ବର୍ଷାଯୋଗୁଁ କଟା ହୋଇ ଜମିରେ ଥିବା ଧାନ ଫସଲର କ୍ଷତି ହୋଇଥିଲେ, କ୍ଷତିପୂରଣ ବାବଦରେ ସୂଚନା ଦେବା ନିମନ୍ତେ କୃଷି ରକ୍ଷକ ହେଲ୍ପଲାଇନ ନମ୍ବର ୧୪୪୪୭ କିମ୍ବା କୃଷି ରକ୍ଷକ ଆପ୍ କିମ୍ବା crop insurance ଆପ୍ ଅଥବା PMFBY whatsapp ନମ୍ବର୍ 7065514447 ରେ ତୁରନ୍ତ ଯୋଗାଯୋଗ କରିବା ପାଇଁ ଚାଷୀଙ୍କୁ ଅନୁରୋଧ କରିଛନ୍ତି।

- Advertisement -

ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି ସୂଚନା ଦେବାର ଅବଧିକୁ ୧ ଜାନୁୟାରୀ ୨୦୨୫ ପର୍ଯ୍ୟନ୍ତ କେନ୍ଦ୍ର ସରକାର ବଢ଼ାଇଛନ୍ତି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories