www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ଦ୍ଵିତୀୟ ଦିନରେ ବାଲେଶ୍ଵର , ମୟୁରଭଞ୍ଜ ଓ ହାବେଲୀଖଟିରେ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଆଜି ଦ୍ଵିତୀୟ ଦିନରେ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଲୀଖଟିରେ ମଧ୍ୟ ସ୍ଥିତି ପରଖିବେ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ଵ ମନ୍ତ୍ରୀ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି। ତେବେ ରବିବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ  ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ତୁରନ୍ତ କ୍ଷୟକ୍ଷତିର ଆକଳନ କରି ସହାୟତା ପ୍ରଦାନ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦେଶ ଦେଇଥିଲେ। ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories