ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଲଗାତାର ଦୁଇ ଦିନ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଆଜି(ବୁଧବାର) ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷତିକ୍ଷତି ନେଇ କୌଣସି ସୂଚନା ମିଳିନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ମଙ୍ଗଳବାର ମଧ୍ୟ ଆଫଗାନିସ୍ତାନ ଫୈଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଫୈଜାବାଦଠାରୁ ୧୩୧ କିଲୋମିଟର ଦୂର ଏବଂ ୧୩୦ କିଲୋମିଟର ଗଭୀରରେ ରହିଥିଲା। ସେପଟେ ରବିବାର ସନ୍ଧ୍ୟାରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ଏହା ହେଉଛି ଗତ ୪୮ ଘଣ୍ଟା ମଧ୍ୟରେ ତୃତୀୟ ଭୂକମ୍ପ । ଗତବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ଯୋଗୁଁ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।
ଆଫଗାନିସ୍ତାନରେ ଲଗାତାର ଦୁଇ ଦିନ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ
Popular Categories



