www.samajalive.in
Monday, December 15, 2025
27.1 C
Bhubaneswar

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତ-ବୈଦେଶିକ ସଚିବ

ନୂଆଦିଲ୍ଲୀ:ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି ହୋଇଛନ୍ତି। ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି କଥା ବୈଦେଶିକ ବ୍ୟାପର ସଚିବ ବିକ୍ରମ ମିଶ୍ରୀ ସୂଚନା ଦେଇଛନ୍ତି। ଆଜି ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ପାଇଁ ଭାରତ ସହମତି ପ୍ରକାଶ କରିଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି ପ୍ରକାଶ କରାଯାଇଛି।ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି ବୋଲି ବିକ୍ରମ ମିଶ୍ରୀ କହିଛନ୍ତି।

- Advertisement -

ଦୁଇ ଦେଶର ଡିଜିଏମଓ ସ୍ତରୀୟ କଥାବାର୍ତ୍ତା ପରେ ସହମତି ପ୍ରକାଶ କରିଛନ୍ତି। ଆଜି ଅପରାହ୍ନ ୩.୪୫ରେ ଡିଜିଏମଓ ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ମେ’ ୧୨ ତାରିଖ ମଧ୍ୟାହ୍ନ ୧୨ଟାରେ ଡିଜିଏମଓ ସ୍ତରୀୟ ପୁଣି ଆଲୋଚନା ହେବ। ଏହାପରେ ଚୂଡ଼ାନ୍ତ ପଦକ୍ଷେପ ନିଆଯିବ ବୋଲି ବୈଦେଶିକ ସଚିବ ପ୍ରକାଶ କରିଛନ୍ତି।

ଅସ୍ତ୍ରବିରତି ପାଇଁ ଭାରତ-ପାକିସ୍ତାନ ରାଜି ହୋଇଛନ୍ତି ବୋଲି ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ ସୂଚନା ଦେଇଛନ୍ତି। ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି କଥା କହିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟ୍ୱିଟ୍‌‌ କରି ସୂଚନା ଦେଇଛନ୍ତି।

ଆମେରିକା ରାଷ୍ଟ୍ରପତି ତାଙ୍କ ଟ୍ବିଟରେ ଲେଖିଛନ୍ତି ଯେ ଆମେରିକା ମଧ୍ୟସ୍ଥତାରେ ଦୀର୍ଘ ସମୟର ଆଲୋଚନା ପରେ ମୁଁ ଖୁସିର ସହିତ ଘୋଷଣା କରୁଛି ଯେ ଭାରତ ଏବଂ ପାକିସ୍ତାନ ଏକ ସମ୍ପୂର୍ଣ୍ଣ ଏବଂ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ରାଜି ହୋଇଛନ୍ତି।

ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଜି ଭାରତ ସରକାରଙ୍କ ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ଭାରତ-ପାକିସ୍ତାନ ଅସ୍ତ୍ରବିରତି ନେଇ ରାଜି ଥିବା ସୂଚନା ଦେଇଛନ୍ତି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁସାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories