www.samajalive.in
Sunday, December 7, 2025
23.1 C
Bhubaneswar

ଆଜିଠୁ ଖୋଲୁଛି ସ୍କୁଲ

ବାଲେଶ୍ୱର: ଖରା ଛୁଟି ପରେ ଆଜିଠୁ ରାଜ୍ୟରେ ଖୋଲୁଛି ସ୍କୁଲ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଆଜିଠୁ ସ୍କୁଲ ଖୋଲିବାକୁ ସ୍ଥିର କରାଯାଇଥିଲା। ହେଲେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବ କି ନାହିଁ ତାକୁ ନେଇ ଆଶଙ୍କା ଲାଗି ରହିଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ଖୋଲିବା ନେଇ ନିର୍ଦ୍ଦେଶାନାମା ଜାରି ପରେ ଆଜିଠୁ ସ୍କୁଲ ଖୋଲୁଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନିଷ୍ପତି ଜିଲ୍ଲାପାଳଙ୍କ ଉପରେ ଛାଡିଛନ୍ତି ରାଜ୍ୟ ସରକାର। ଅନୁକୂଳ ପାଗ ଥିବା ଜିଲା ଗୁଡିକରେ ସକାଳ ସାଢେ ୬ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ହେବ। ସେପଟେ ୧୦ ଜିଲାରେ ସ୍କୁଲ ଛୁଟି କରିବାକୁ ଜିଲ୍ଲାପାଳମାନେ ନିଷ୍ପତି ନେଇଛନ୍ତି। ବଲାଙ୍ଗୀର, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଭଦ୍ରକ, ସୋନପୁର, ବାଲେଶ୍ୱର, ଗଞ୍ଜାମ, ମୟୂରଭଞ୍ଜ, ଗଜପତି ଜିଲାରେ ସ୍କୁଲ ଛୁଟି ରହିବ ବୋଲି ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories