www.samajalive.in
Monday, December 8, 2025
24.1 C
Bhubaneswar

କୃଷିମନ୍ତ୍ରୀଙ୍କ ଦ୍ୱାରା ୩ଟି ସ୍ୱାସ୍ଥ୍ୟ ଉପକେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ

ଆଠଗଡ : ଆଠଗଡ ବ୍ଲକ ଅନ୍ତର୍ଗତ ୩ନଂ ଜିଲ୍ଲାପରିଷଦ ଜୋନ ଅଧିନ ୩ଟି ପଞ୍ଚାୟତରେ ତିନୋଟି ସ୍ୱାସ୍ଥ୍ୟ ଉପକେନ୍ଦ୍ର ପାଇଁ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମସରପୁର, ସଠିଲୋ ଓ ବଡଭୂଇଁ ପଞ୍ଚାୟତରେ ନୂତନ ସ୍ୱାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଜିଲ୍ଲା ପରିଷଦ ସଦସ୍ୟା ଶାନ୍ତିଲତା ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ମନ୍ତ୍ରୀ ଶ୍ରୀ ସ୍ୱାଇଁ ରାଜ୍ୟ ସରକାର ପ୍ରତି ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ପହଞ୍ଚାଇବାର ଲକ୍ଷ୍ୟ ନେଇ ଏହିପରି ସ୍ୱାସ୍ଥ୍ୟ ଉପକେନ୍ଦ୍ର ସ୍ଥାପନ କରିବା ପାଇଁ ପଦକ୍ଷେପ ନେଉଛନ୍ତି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରତ୍ୟେକ ନାଗରିକ କିପରି ଉନ୍ନତ ସ୍ୱାସ୍ଥ୍ୟସେବା ପାଇପାରିବେ ଏବଂ ବିଜୁ ସ୍ୱାସ୍ଥ୍ୟବୀମା ଯୋଜନା ମାଧ୍ୟମରେ ଉପକୃତ ହୋଇପାରିବେ ସେଥିପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରି ଚାଲିଛନ୍ତି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆତ୍ମା ଅଧ୍ୟକ୍ଷ ରବିନ୍ଦ୍ର ନାଥ ରାଉତ, ପୂର୍ବତନ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁନିଲ ପରିଡା, ସରପଞ୍ଚ ଗୋପାଳ ଚନ୍ଦ୍ର ସାହୁ, ସମିତିସଭ୍ୟ ବାପିନା ପଣ୍ଡା, ପ୍ରଭାକର ବେହେରା, ରସାନ୍ତ ପ୍ରଧାନ, ବିଣାପାଣି ପରିଡା, ସୁବାସ ପାଳ, ସଞ୍ଜୟ ନାୟକ, ନୀଳମଣି ସାହୁ, ରୋହିତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories