www.samajalive.in
Sunday, December 7, 2025
16.1 C
Bhubaneswar

ଦିଲ୍ଲୀରେ ଦଙ୍ଗା ଆଶଙ୍କାରେ ପୁଲିସକୁ ସଜାଗ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିବା ଆଶଙ୍କାରେ ପୁଲିସର ସ୍ୱତନ୍ତ୍ର ଟିମକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିର୍ଦ୍ଦେଶ ପରେ ସହରରେ ଥିବା ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୁଲିସ ଟିମ୍‍ ସଜାଗ ରହିଛି। ଦିଲ୍ଲୀ ପୁଲୁିସର ସ୍ପେଶାଲ ବ୍ରାଞ୍ଚ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାନାମାରେ କୁହାଯାଇଛି ଯେ ୨୦୨୦ରେ ସିଏଏ ଓ ଏନଆରସିକୁ ବିରୋଧ କରି ସହରରେ ଯେଉଁଭଳି ହିଂସାକାଣ୍ଡ ପରିସ୍ଥିତି ସୃଷ୍ଟି ହୋଇଥିଲା ଠିକ୍‍ ସେଭଳି କିଛି ଘଟଣା ଘଟିବା ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ସେହି ସବୁ ସ୍ଥାନରେ ପୁଲିସର ସ୍ୱତନ୍ତ୍ର ଟିମ୍‍ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

ମିଳିଥିବା ସୂଚନା ଅନୁସାରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଏବଂ ପରେ ଜ୍ଞାନବାପିରେ ପୂଜାର୍ଚ୍ଚନାକୁ ନେଇ କିଛି ଅସାମାଜିକ ଗୋଷ୍ଠୀ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟାଇବା ଆଶଙ୍କା ଥିବାରୁ ପୁଲିସ ସେମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ କୁହାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories