www.samajalive.in
Saturday, December 6, 2025
16.1 C
Bhubaneswar

ବଢ଼ିଲା ଅଙ୍ଗନବାଡି କେନ୍ଦ୍ର ପାଇଁ ଅଣ୍ଡା ଦର

ଭୁବନେଶ୍ବର: ଅଙ୍ଗନବାଡି କେନ୍ଦ୍ରକୁ ଦିଆଯାଉଥିବା ଅଣ୍ଡା ଦର ବୃଦ୍ଧି ହୋଇଛି। ଶିଶୁଙ୍କ ପୋଷଣକୁ ଦୃଷ୍ଟିରେ ରଖି ଅଣ୍ଡାର ମୂଲ୍ୟ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏ ବାବଦରେ ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗତ କିଛି ମାସ ହେଲା ବଜାରରେ ଅଣ୍ଡା ଦର ବଢ଼ିଛି। ଦର ବୃଦ୍ଧି ଯୋଗୁ ପିଲାଙ୍କୁ ଅଣ୍ଡା ଦେବାରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଣ୍ଡା ଦର ବଢ଼ାଇବାକୁ ଦାବି ହେଉଥିଲା। ଏହାକୁ ବିଚାର କରି ସରକାର ଅଙ୍ଗନବାଡି କେନ୍ଦ୍ର ପାଇଁ ଅଣ୍ଡା ଦର ବଢାଇଛନ୍ତି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories