www.samajalive.in
Monday, December 15, 2025
24.1 C
Bhubaneswar

‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର : ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ୍‌’ର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ(ଡିଆରଡିଓ) ଦ୍ବାରା ସଫଳତାର ସହ ପରୀକ୍ଷଣ କରାଯାଇଛି। ବୁଧବାର ରାତିରେ ଓଡ଼ିଶା ଉପକୂଳବର୍ତ୍ତୀ ଡକ୍ଟର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଏହି ପରୀକ୍ଷଣ କରାଯାଇଛି। ପରୀକ୍ଷଣ ସମୟରେ ଏହି ଅତ୍ୟାଧୁନିକ କ୍ଷେପଣାସ୍ତ୍ର ସମସ୍ତ ମାନଦଣ୍ଡ ପୂରଣ କରିଥିବା ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଏହା କ୍ଷେପଣାସ୍ତ୍ରର ପ୍ରଥମ ରାତ୍ରିକାଳୀନ ପରୀକ୍ଷଣ ଥିଲା, ଯାହାକି ଏହାର ସଠିକତା ଏବଂ ବିଶ୍ୱସନୀୟତା ଉପରେ ମୋହର ଲଗାଇଥିଲା।

ଡିଆରଡ଼ିଓ ଏବଂ ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡରର ବରିଷ୍ଠ ଅଧିକାରୀମାନେ ସଫଳ ଉଡ଼ାଣ ପରୀକ୍ଷଣ ସମୟରେ ଉପସ୍ଥିତ ଥିଲେ। ସଫଳ ପରୀକ୍ଷଣ ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଡିଆରଡିଓ ଏବଂ ସଶସ୍ତ୍ର ବାହିନୀକୁ ଅଭିନନ୍ଦନ ଜଣାଇଛନ୍ତି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories