www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ରକ-କାର୍ ଧକ୍କା: ୫ ଡାକ୍ତର ମୃତ

ନୂଆଦିଲ୍ଲୀ : ଡିଭାଇଡରକୁ ପିଟି ଟ୍ରକ୍ ସହ ଧକ୍କା ହେଲା କାର୍ । ଚାଲିଗଲା ୫ ଡାକ୍ତରଙ୍କ ଜୀବନ। ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ ଓ୍ୱେରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ସୈଫଇ ମେଡିକାଲ କଲେଜର ୫ ଜଣ ଡାକ୍ତର ମଙ୍ଗଳବାର ଦିନ କାର ଯୋଗେ ଏକ ବିବାହ କାର୍ଯ୍ୟରେ ଯୋଗଦେବାକୁ ଲକ୍ଷ୍ନୌ ଯାଇଥିଲେ। ଆଜି ସକାଳେ ସେଠାରୁ ଫେରିବା ସମୟରେ କାରଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଏତିକିବେଳେ ଲକ୍ଷ୍ନୌ ଆଡୁ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୫ ଜଣ ଡାକ୍ତରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।  ଜଣେ ଆହତଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories