www.samajalive.in
Sunday, December 14, 2025
26.1 C
Bhubaneswar

କୃଷି ସାମଗ୍ରୀର ସଠିକ୍‌ ଯୋଗାଣର ହେବ ତଦାରଖ, ଯାଞ୍ଚ ପାଇଁ ସ୍କ୍ୱାଡ୍‌ ଗଠନ

ଭୁବନେଶ୍ୱର: ଚଳିତ ଖରିଫରେ ଚାଷୀମାନଙ୍କୁ ଉଚିତ ମୂଲ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର, ବିହନ, କୀଟନାଶକ ଆଦି କୃଷି ସାମଗ୍ରୀ ଯୋଗାଣ ନିମନ୍ତେ ଜିଲାସ୍ତରରେ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌ ଗଠନ ସହ ଯାଞ୍ଚ କାର୍ଯ୍ୟକୁ କଡ଼ାକଡ଼ି କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖିଛନ୍ତି ।

ଚଳିତ ଖରିଫରେ ସାରା ରାଜ୍ୟରେ ଚାଷ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ଦୃଷ୍ଟିରୁ ଚାଷ କାର୍ଯ୍ୟ ନିମନ୍ତେ ଠିକ୍‌ ସମୟରେ ପର୍ଯ୍ୟାପ୍ତ ପରିମାଣରେ ଉତ୍ତମ ମାନର ସାର, ବିହନ, କୀଟନାଶକ, ବାୟୋଫର୍ଟିଲାଇଜର, ଜୈବିକ ସାର, ବାୟୋକୀଟନାଶକ ପରି ବିଭିନ୍ନ କୃଷି ସାମଗ୍ରୀ ଯୋଗାଣର ଆବଶ୍ୟକତା ରହିଛି । ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସାରା ରାଜ୍ୟରେ ଏହିସବୁ ଅତ୍ୟନ୍ତ ଦରକାରୀ କୃଷି ସାମଗ୍ରୀର ଉଚିତ ମୂଲ୍ୟରେ ସୁଗମ ଯୋଗାଣକୁ ସୁନିଶ୍ଚିତ କରିବା ନିମନ୍ତେ ରାଜ୍ୟର ପ୍ରତି ଅନୁକୋଣରେ ଆବଶ୍ୟକ ଯାଞ୍ଚ କାର୍ଯ୍ୟକୁ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛି ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ ପତ୍ରରେ ଉଲ୍ଲେଖ କରିଛନ୍ତି ।

- Advertisement -

ଏହି ପୃଷ୍ଠଭୂମିରେ ବିଗତ ବର୍ଷ ପରି ପ୍ରତି ଜିଲାରେ ନିୟମିତ ଯାଞ୍ଚ କାର୍ଯ୍ୟ ନିମନ୍ତେ ଏଗ୍ରି-ଇନ୍‌ପୁଟ ଇନ୍ସପେକଫର, ଜଣେ ମାଜିଷ୍ଟ୍ରେଟ୍‌ ଏବଂ ପୁଲିସ ଅଧିକାରୀଙ୍କୁ ନେଇ ଏକ କିମ୍ବା ଏକାଧିକ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌ ଗଠନ କରିବାର ଆବଶ୍ୟକତା ରହିଛି। ସେହିପରି ଜିଲା ପ୍ରଶାସନ ପକ୍ଷରୁ ବ୍ଲକ୍‌ସ୍ତରରେ ଅଧିକାରୀଙ୍କୁ ବିଭିନ୍ନ ତଦାରଖ କାର୍ଯ୍ୟ ନିମନ୍ତେ ଅନୁରୂପ ସହାୟତା ଯୋଗାଇଦେବା ପାଇଁ ପ୍ରମୁଖ ଶାସନ ସଚିବ ଜିଲାପାଳମାନଙ୍କୁ ଅନୁରୋଧ କରିଛନ୍ତି ।

ଏଥି ସହିତ କୃଷି ସାମଗ୍ରୀର ସର୍ବୋଚ୍ଚ ଚାହିଦା ସମୟରେ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଯେପରି ପ୍ରଭାବିତ ନ ହୁଅନ୍ତି ସେଥିପାଇଁ କୃଷି ସାମଗ୍ରୀର ଯୋଗାଣ ଓ ବଣ୍ଟନ ପ୍ରତି ସଜାଗ ଦୃଷ୍ଟି ରଖିବା ଓ କୌଣସି ପ୍ରକାରର ଅସାଧୁ କାରବାରକୁ ରୋକିବା ଦିଗରେ ଜିଲା ପ୍ରଶାସନ ପକ୍ଷରୁ ଯାଞ୍ଚ କାର୍ଯ୍ୟର ନିୟମିତ ଭାବରେ ସମୀକ୍ଷା କରିବା ପାଇଁ ଜିଲାପାଳମାନଙ୍କୁ କୁହାଯାଇଛି। ଏ ସଂପର୍କରେ ନିଆଯାଇଥିବା ପଦକ୍ଷେପ ସଂପର୍କରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟକୁ ନିୟମିତ ଅବଗତ କରିବା ପାଇଁ ପତ୍ରରେ ଅନୁରୋଧ କରାଯାଇଛି। ଏହିସବୁ କାର୍ଯ୍ୟ ପ୍ରତି ଜିଲ୍ଲାପାଳମାନଙ୍କୁ ବ୍ୟକ୍ତିଗତ ଦୃଷ୍ଟି ଦେବା ପାଇଁ ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ ଜିଲାପାଳମାନଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories