www.samajalive.in
Friday, December 12, 2025
19.1 C
Bhubaneswar

ଫସଲ ପରିଚାଳନା ଦିଗରେ ଚାଷୀଙ୍କ ପାଇଁ ଉପଦେଶାବଳୀ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୧୫ରୁ ୧୮ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ ସୃଷ୍ଟିହେବା ଫଳରେ ଓଡ଼ିଶାରେ ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲା ଯଥା-ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର ଆଦି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ମାତ୍ରାଧିକ ବର୍ଷା ହେବାର ସମ୍ଭାବନା ଅଛି । ଅନ୍ୟାନ୍ୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ପରିପ୍ରେକ୍ଷୀରେ ଫସଲର ପରିଚାଳନା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଡିନ୍‌ ପ୍ରସନ୍ନଜିତ ମିଶ୍ର, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଓ ଭାରତୀୟ ପାଣିପାଗ ବିଭାଗର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ବୈଠକରେ ବର୍ତ୍ତମାନ ଫସଲର ଅବସ୍ଥା ଏବଂ ଫସଲର ସୁରକ୍ଷା ଦିଗରେ ବିସ୍ତୃତ ଭାବରେ ଆଲୋଚନା କରାଯାଇ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପରାମର୍ଶଗୁଡ଼ିକୁ ଚାଷୀମାନଙ୍କୁ ଅବଲମ୍ବନ କରିବା ପାଇଁ ଅନୁରୋଧ କରାଯାଇଛି।

- Advertisement -

ବର୍ତ୍ତମାନ ପରିପ୍ରେକ୍ଷୀରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମୁଖ୍ୟ ଫସଲ ଧାନ କ୍ଷୀର ଢୋକିବା ଓ ପାକଳ ପୂର୍ବବର୍ତ୍ତୀ ଅବସ୍ଥାରେ ଅଛି । ଢିପ ଜମିରେ ଧାନ କଟା ମଧ୍ୟ ଚାଲିଛି। ଏହା ବ୍ୟତୀତ ମୁଗ, ବିରି, ଚିନାବାଦାମ ଆଦି ଫସଲ ପାକଳ ଅବସ୍ଥାରେ ଅଛି । ଆଳୁ ଫସଲ ଅନେକ ସ୍ଥାନରେ ଲଗା ଚାଲିଛି । କୋବି ଓ ବିଭିନ୍ନ ପନିପରିବା ମଧ୍ୟ ତଳି ରୋପଣ ଓ ଅମଳ ମଧ୍ୟ ଚାଲିଛି।

ସେହିଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ଇକରେ ଯଥା-ଗଞ୍ଜାମ, ରାୟଗଡ଼ା, କୋରାପୁଟରେ କପା ଫସଲ ଅମଳ ଅବସ୍ଥାରେ ରହିଛି। ଏହି ପରିପ୍ରେକ୍ଷୀରେ ଚାଷୀମାନଙ୍କୁ ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ ତରଫରୁ ଏକ ଫସଲ ସୁରକ୍ଷା ବାର୍ତ୍ତା ପ୍ରସ୍ତୁତ କରାଯାଇ ଅବଲମ୍ବନ କରିବା ପାଇଁ ଅନୁରୋଧ କରାଯାଇଛି । ଅଧିକ ସୂଚନା ପାଇଁ ଚାଷୀମାନଙ୍କୁ ନିକଟସ୍ଥ କୃଷି ବିଜ୍ଞାନ କେନ୍ଦ୍ର, ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର, କୃଷି ଅଧିକାରୀ ଓ ଆମ କୃଷି ଦେୟମୁକ୍ତ ନମ୍ବର-୧୫୫୩୩୩ ସହ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories