www.samajalive.in
Sunday, December 7, 2025
26.1 C
Bhubaneswar

ଏମ୍‌ସ ଭୁବନେଶ୍ୱରରେ ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ପାଳନ

ଡେସ୍କ: ବିଭିନ୍ନ ଗଣ୍ଠିବାତ (ଆର୍ଥ୍ରାଇଟିସ୍) ଏବଂ ଅଟୋଇମ୍ୟୁନ୍‌ ରୋଗରେ ପୀଡ଼ିତ ପ୍ରାୟ ଏକ ହଜାରରୁ ଅଧିକ ରୋଗୀ ପ୍ରତ୍ୟେକ ମାସ ଏମ୍‌ସ ଭୁବନେଶ୍ୱର ଜେନେରାଲ ମେଡିସିନ୍(ଭେଷଜ) ବିଭାଗ ଓପିଡିକୁ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଏହି ରୋଗରେ ପୀଡ଼ିତ ପ୍ରାୟ ୫୦ରୁ ଅଧିକ ରୋଗୀଙ୍କୁ ପ୍ରତି ମାସରେ ଏହି ବିଭାଗରେ ଭର୍ତ୍ତି କରାଯାଉଥିବା ବିଶିଷ୍ଟ ସଂକ୍ରାମକ ରୋଗ ବିଶେଷଜ୍ଞ ତଥା ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି। ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ପାଳନ ଅବସରରେ ଆୟୋଜିତ ଏକ ଜନସଚେତନତା କାର୍ଯ୍ୟକ୍ରମରେ ଡ. ବିଶ୍ବାସ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସହିତ ସିଧାସଳଖ ଆଲୋଚନା କରିଥିଲେ। ଏମ୍‌ସ ଭେଷଜ ବିଭାଗ ପକ୍ଷରୁ ଏଭଳି ରୋଗୀଙ୍କ ନିମନ୍ତେ ଏକ ସ୍ବତନ୍ତ୍ର ରିମାଟୋଲୋଜି କ୍ଲିନିକ୍‌ ସର୍ମ୍ପର୍କରେ ମଧ୍ୟ ସୂଚନା ଦେଇଥିଲେ।

ଭେଷଜ ବିଭାଗ ମୁଖ୍ୟ ଡ. ଅନୁପମ ଦେ ଏହି ଅବସରରେ କହିଛନ୍ତି ଯେ ଅଧିକାଂଶ କ୍ଷେତ୍ରରେ, ମହିଳାମାନେ ରିମାଟଏଡ୍ ଆର୍ଥ୍ରାଇଟିସ୍‌ରେ ଅଧିକ ପ୍ରଭାବିତ ହୁଅନ୍ତି। ସେହିପରି ପୁରୁଷଙ୍କ କ୍ଷେତ୍ରରେ ଆଙ୍କିଲୋଜିଙ୍ଗ୍ ସ୍ପଣ୍ଡିଲାଇଟିସ ଅଧିକ ଦେଖାଯାଇଥାଏ। ସଠିକ୍ ସମୟରେ ଚିକିତ୍ସା କରାନଗଲେ ଏହା ଜୀବନ ପ୍ରତି ବିପଦ ସୃଷ୍ଟି କରିପାରେ ବୋଲି ଡ. ଦେ ସୂଚନା ଦେଇଛନ୍ତି। ଏମ୍‌ସ ଭୁବନେଶ୍ୱରରେ ଏହି ରୋଗର ଚିହ୍ନଟ ଏବଂ ନିରାକରଣ ନିମନ୍ତେ ବିଭିନ୍ନ ବ୍ୟବସ୍ଥା ଉପଲବ୍‌ଧ ରହିଛି। ଚିକିତ୍ସା ନିମନ୍ତେ ଔଷଧ ସହିତ ଫିଜିଓଥେରାପି ନିମନ୍ତେ ପରାମର୍ଶ ଦିଆଯାଇଥାଏ। ଏମ୍‌ସରେ ଏନେଇ ପିଏମ୍‌ଆର ବିଭାଗ ରହିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories