ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଏମ୍ସ ଭୁବନେଶ୍ୱର ମଧ୍ୟ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ଏମସ ଭୁବନେଶ୍ବର, ଓଡ଼ିଶା ସମେତ ସମଗ୍ର ପୂର୍ବ ଭାରତରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବା ସହିତ ଏକ ଉତ୍କର୍ଷ କେନ୍ଦ୍ର ପାଲଟିଛି ବୋଲି ସେ ପ୍ରକାଶ କରିଥିଲେ।
ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଏମ୍ସ ଭୁବନେଶ୍ୱର ମଧ୍ୟ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ଏନେଇ ସମସ୍ତେ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ କରିବାକୁ ଡ. ବିଶ୍ବାସ ଆହ୍ବାନ ଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ, ଡିନ୍ ଡ. ପି ଆର ମହାପାତ୍ର, ଡ. ସତ୍ୟଜିତ୍ ମିଶ୍ର, ଡ. ସୌଭାଗ୍ୟ ଜେନା, ମେଡିକାଲ୍ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିଡିଏ ଅଭିଜିତ ସରକାର ପ୍ରମୁଖ ଏହି ଉତ୍ସବରେ ଯୋଗ ଦେଇଥିଲେ।
ବରିଷ୍ଠ ପ୍ରାଶାସନିକ ଅଧିକାରୀ ରଶ୍ମି ରଂଜନ ସେଠୀ ସମସ୍ତଙ୍କୁ କୃତଜ୍ଞତା ଜଣାଇ ଏମ୍ସ ଭୁବନେଶ୍ୱରର ସାମଗ୍ରୀକ ବିକାଶ ପାଇଁ ସମସ୍ତେ ଉଦ୍ୟମ କରିବାକୁ ଆହ୍ବାନ ଦେଇଥିଲେ।
ଏହି ଅବସରରେ କର୍ତ୍ତବ୍ୟନିଷ୍ଠା ଏବଂ କର୍ମକୁଶଳତା ନିମନ୍ତେ ବିଭିନ୍ନ ବିଭାଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କର୍ମଚାରୀମାନଙ୍କୁ ସମ୍ମାନିତ କରାଯାଇଥିଲା। ଅନୁଷ୍ଠାନର ଅଧ୍ୟାପକ/ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ ପରିବେଶକୁ ଭାବମୟ କରିଥିଲା।
Comments are closed.