www.samajalive.in
Monday, December 8, 2025
13.1 C
Bhubaneswar

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଶନିବାର ରାଜ ଭବନରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ରାଜ୍ୟପାଳଙ୍କୁ ଏମ୍ସ ଭୁବନେଶ୍ୱରରେ ହେଉଥିବା ରୋଗୀ ସେବା ସମ୍ବନ୍ଧୀୟ ଅନେକ ବିକାଶମୂଳକ କାର୍ଯ୍ୟ, ଗବେଷଣା ଏବଂ ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ଅବଗତ କରାଇଥିଲେ। ରାଜ୍ୟପାଳ ଶ୍ରୀ ଦାସ ମଧ୍ୟ ରୋଗୀ ସେବା ଓ ସମାଜ ପ୍ରତି ଏମ୍ସ ଭୁବନେଶ୍ୱରର ସେବା ମନୋଭାବ ଏବଂ ସକରାତ୍ମକ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ।
ଓଡ଼ିଶାର ରାଜ୍ୟପାଳ ତଥା ଦେଶର ଜଣେ ବିଶିଷ୍ଟ ବ୍ୟକ୍ତିତ୍ୱ ରଘୁବର ଦାସଙ୍କ ସହିତ ସାକ୍ଷାତକୁ ନେଇ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ୱାସ ଆନନ୍ଦ ପ୍ରକାଶ କରିବା ସହିତ ଏହା ଏକ ପ୍ରେରଣାଦାୟୀ ବୈଠକ ଥିଲା ବୋଲି ପ୍ରକାଶ କରିଛନ୍ତି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories