www.samajalive.in
Monday, December 15, 2025
24.1 C
Bhubaneswar

ଆଜିଠୁ ବଢିବ ବର୍ଷା, କମିବ ତାତି

ଭୁବନେଶ୍ୱର: ଅସହ୍ୟ ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ। ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡିଲେ ଅନ୍ୟ ସମସ୍ତ ଜିଲ୍ଲାରେ ପାଗରେ ପରିବର୍ତ୍ତନ ହୋଇଛି। ବଜ୍ରପାତ ଓ ଝଡବର୍ଷା ନେଇ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୯ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ପାଇଁ ଗଞ୍ଜାମ, ଗଜପତି, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି। ତେବେ ବର୍ଷା ସହିତ ବଜ୍ରପାତ ଓ ଝଡତୋଫାନ ଆଶଙ୍କା ମଧ୍ୟ ରହିଛି। ସକାଳୁ ଟୁଇନ ସିଟିରେ କୋହଲା ପାଗ ହୋଇଛି। କଟକ ଓ ଭୁବନେଶ୍ୱର ଆକାଶ ମେଘାଚ୍ଛନ ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories