www.samajalive.in
Saturday, December 6, 2025
23.1 C
Bhubaneswar

ମଧ୍ୟପ୍ରାଚ୍ୟରେ ଉତ୍ତେଜନା, ବିମାନ ବାତିଲ କଲା ଏୟାର ଇଣ୍ଡିଆ

ସମାଜ ଡିଜିଟାଲ ଡେସ୍କ: ହମାସ ମୁଖ୍ୟ ଇସମାଇଲ ହାନିୟାଙ୍କୁ ଇରାନରେ ହତ୍ୟା କରାଯିବା ପରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇସ୍ରାଏଲ ଉପରେ ଆକ୍ରମଣ କରିବାକୁ ଇରାନ ଏହାର ସେନାକୁ ନିର୍ଦେଶ ଦେଇଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ଡିଆ ତେଲ ଆଭିଭକୁ ଏହାର ସମସ୍ତ ଉଡ଼ାଣ ବାତିଲ କରିଛନ୍ତି। ଏୟାର ଇଣ୍ଡିଆର କୌଣସି ବିମାନ ନୂଆଦିଲ୍ଲୀରୁ ତେଲ ଆଭିଭ ଯିବ ନାହିଁ କି ତେଲ ଆଭିଭରୁ ନୂଆଦିଲ୍ଲୀ ଉଡ଼ାଣ କରିବ ନାହିଁ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ବିମାନ ଚଳାଚଳ ବନ୍ଦ ରହିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ ଜରିଆରେ କୁହାଯାଇଛି। ସୂଚନାଯୋଗ୍ୟ, ଏୟାର ଇଣ୍ଡିଆ ପକ୍ଷରୁ ଦିଲ୍ଲୀରୁ ତେଲ ଆଭିଭକୁ ୪ଟି ବିମାନ ଉଡ଼ାଣ କରୁଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories